Site icon ଆଜିକାଲି

ଆଜି ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଉରକେଲାରେ ନର୍ବନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଭାରତର ବୃହତ୍ତମ ହକି ଷ୍ଟାଡିୟମ୍। ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ଏହି ଷ୍ଟାଡିୟମ ନିର୍ମାଣ କରାଯାଇଛି । ମାତ୍ର ୧୫ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଏହି ଷ୍ଟାଡିୟମରେ ଦର୍ଶକ କ୍ଷମତା ରହିଛି ୨୦ ହଜାରରୁ ଅଧିକ।

ଉଭୟ ଖେଳାଳୀ ଏବଂ ଦର୍ଶକଙ୍କ ପାଇଁ ସବୁପ୍ରକାରର ସୁବିଧା ଏହି ଷ୍ଟାଡିୟମରେ ରହିଛି । ୯ ମାସ ମଧ୍ୟରେ ୨୨୫ ଘର ଥିବା ବିଶ୍ୱ କପ୍ ହକି ଗ୍ରାମର ନିର୍ମାଣ କରାଯାଇଥିବା ସୂଚନା ମିଳିଛି । ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେଉଥିବା ବେଳେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଏବଂ ବିର୍ସା ମୁଣ୍ଡା ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳାଯିବ ।

Exit mobile version