Site icon ଆଜିକାଲି

କାଳବୈଶାଖୀ ପାଇଁ ଆଜି ୬ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର – ଆଜିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ କାଳବୈଶାଖୀର ପ୍ରଭାବ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଅଧିକ ରହିବ । କାଳବୈଶାଖୀ ପାଇଁ ଆଜି ୬ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Exit mobile version