Site icon ଆଜିକାଲି

ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ତାରିଖ ପାଖେଇ ଆସୁଥିବା ବେଳେ ଜୋରଦାର ହୋଇଛି ପ୍ରଚାର କାର୍ଯ୍ୟ । ଆଜି ପ୍ରଚାର ମଇଦାନକୁ ଓହ୍ଲାଇ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ଭୋଟ ମାଗିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ଏକ ନମ୍ବର ତାରକା ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି । ଆଜି ଗୋଟିଏ ଦିନରେ ତିନି ତିନିଟି ସାଧାରଣ ସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବା କାର୍ଯ୍ୟକ୍ରମ ରହିଛି । ଏ ନେଇ ବ୍ୟାପକ ଆୟୋଜନ କରିଛି ବିଜେଡି । ପ୍ରଥମେ ଝାରବନ୍ଧ ଓ ପରେ ପାଇକମାଲ ଏବଂ ଶେଷରେ ପଦ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ ନବୀନ ।

Exit mobile version