Site icon ଆଜିକାଲି

ରାଜସ୍ଥାନ, ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରାଜସ୍ଥାନ ଏବଂ ଅରୁଣାଚଳ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ଅରୁଣାଚଳର ଚାଙ୍ଗଲାଙ୍ଗରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଥିବା ବେଳେ ରାଜସ୍ଥାନର ବିକାନେରରେ ୪.୨ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏନେଇ ଜାତୀୟ ଭୂବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଭୂକମ୍ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଭୂକମ୍ପରେ କୌଣସି ଧନଜୀବନ କ୍ଷୟକ୍ଷତିର ସୂଚନା ନାହିଁ । ଅରୁଣାଚଳର ଚାଙ୍ଗଲାଙ୍ଗରେ ଗତ ଗୁରୁବାର ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା।

Exit mobile version