Site icon ଆଜିକାଲି

ଉତ୍ତରକାଶୀ ହିମସ୍ଖଳନରେ ମୃତ୍ୟୁସଂଖ୍ୟା ୧୯କୁ ବୃଦ୍ଧି

ଡେରାଡୁନ : ଉତ୍ତରକାଶୀ ହିମସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ପର୍ଯ୍ୟନ୍ତ ୧୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଅନେକ ଲୋକ ନିଖୋଜ ଅଛନ୍ତି । ଅନ୍ୟପକ୍ଷରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନା ଅନୁସାରେ, ଆଇଟିବିପି, ବାୟୁସେନା, ଏସଡିଆରଏଫ ଏବଂ ନିମ୍‌ର ପର୍ବତାରୋହୀଙ୍କ ସମେତ ମୋଟ ୩୦ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ବାୟୁସେନାର ହେଲ୍ଟିକପ୍ଟର ମଧ୍ୟ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛି । ଦୀର୍ଘ ୭୦ ଘଣ୍ଟା ଧରି ଜାରି ରହିଥିବା ଉଦ୍ଧାର କାର୍ଯ୍ୟ ଖରାପ ପାଗ ଯୋଗୁଁ ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ତେବେ ମିଳିଥିବା ମୃତଦେହ ଗୁଡିକ ମଧ୍ୟରୁ ୩ ଜଣ ଟ୍ରେନର ଓ ଅନ୍ୟମାନେ ଟ୍ରେନି ଅଟନ୍ତି । ମୃତକଙ୍କ ଭିତରେ ଏଭରେଷ୍ଟ ବିଜୟୀ ସବିତା କନସ୍ବାଲ ମଧ୍ୟ ଅଛନ୍ତି ।

Exit mobile version