Site icon ଆଜିକାଲି

୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର

ଭବନେଶ୍ୱର : ରାଜ୍ୟକୁ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଗମନାଗମନା, ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ନେବାକୁ ରାଜ୍ୟ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଏଥିସହିତ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନେଇ ନିୟମିତ ବ୍ୟବଧାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଉଛନ୍ତି । ତେବେ ରାଜ୍ୟରେ ଏଣିକି ଆଉ ଡାକ୍ତର ଅଭାବ ରହିବନି ।

ରାଜ୍ୟରେ ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଓଡିଶା ଷ୍ଟାଫ୍ ସିଲେକସନ କମିଶନଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଶାଳିନୀ ପଣ୍ଡିତ । ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ଓପିଏସସି ପଦକ୍ଷେପ ନେବ । ଅଣସଂରକ୍ଷିତ ପ୍ରାର୍ଥୀଙ୍କ ପାଇଁ ୨ ହଜାର ୫୦୦ ପଦବୀ ରହିଥିବାବେଳେ ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ପାଇଁ ୨ ହଜାର ୪୬୫ ପଦବୀ ରହିଛି । ସେହିପରି ଅନୁସୂଚିତ ଜାତି ପ୍ରାର୍ଥୀଙ୍କ ପାଇଁ ୧୫୯୭ ପଦବୀ ରହିଛି । ଏସଇବିସି ପ୍ରାର୍ଥୀଙ୍କ ପାଇଁ ୭୧୪ ପଦବୀ ସଂରକ୍ଷିତ ରହିଛି ।

Exit mobile version