କଟକ : ବିଧାୟକ ମହମ୍ମଦ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା । ହାଇକୋର୍ଟ ବାର ୱେଲ ଫେୟାର ଫଣ୍ଡରେ ଦାଖଲ କରିବେ ଜରିମାନା ରାଶି । ନିର୍ବାଚନୀ ମାମଲାରେ ହାଜର ନହେବାରୁ ଜରିମାନା କଲେ ହାଇକୋର୍ଟ । ଆସନ୍ତା ୧୧ ତାରିଖରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦେଶ । ବାରବାଟୀ କଟକ ନିର୍ବାଚନ ଅନିୟମିତତା ମାମଲାରେ ପକ୍ଷ ଅଛନ୍ତି ମୋକିମ ।
ସୂଚନା ଥାଉକି, କଟକ-ବାରବାଟୀ ବିଧାନସଭା ନିର୍ବାଚନ ଅନିୟମିତତା ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । କେବଳ ସେତିକି ନୁହେଁ ଆବେଦନକାରୀଙ୍କୁ ୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଗତ ନିର୍ବାଚନକୁ ନେଇ ହାଇକୋର୍ଟରେ ଗତ କିଛି ଦିନ ଧରି ଏକ ମାମଲା ବିଚାରାଧୀନ ରହିଛି ।
ବିଧାୟକ ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ । ଏହି ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ କଟକ-ବାରବାଟୀ ବିଧାୟକ ମାମଲାକୁ ଖାରଜ କରିବାକୁ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ । ଏହି ମାମଲାକୁ ବିନା ଶୁଣାଣିରେ ଖାରଜ କରିବାକୁ ମୋକିମ ଆବେଦନ କରିଥିଲେ । ମୋକିମଙ୍କ ଏହି ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି ।