Site icon ଆଜିକାଲି

ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି : ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ସଖାଳ ୬ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କର୍ଯ୍ୟାଳୟ ବନ୍ଦ ରହିଛି। ଗାଡି ମଟର ଚଳାଚଳ ସ୍ୱଭାବିକ ରହିଛି।

ସ୍ଥାନିୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦଶନ କରିଛନ୍ତି । ଆଜିର ଏହି ବନ୍ଦରେ ସହରର ୨୦ ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ।

Exit mobile version