Site icon ଆଜିକାଲି

ଭଟ୍ଟାରିକା ପୀଠରେ ୧୪୪ ଧାରା ଲାଗୁ, ଜନଗହଳି ଏଡାଇବାକୁ ପ୍ରଶାସନର ନିଷ୍ପତ୍ତି

ନରସିଂହପୁର : ମହାନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଟକ ଜିଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ଏନେଇ ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ବନ୍ୟାରେ ଜନଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ମନ୍ଦିର ବେଢ଼ା ଓ ଗର୍ଭଗୃହରେ ମହାନଦୀର ବନ୍ୟାଜଳ ପ୍ରବେଶ କରିଛି । ଏଥିପାଇଁ ମା’ଙ୍କ ବିଗ୍ରହକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ରତ୍ନଗିରି ପାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳକୁ ମା’ଙ୍କ ବିଗ୍ରହ ସ୍ଥାନାନ୍ତରିତ କରାଯାଇଛି । ମନ୍ଦିରକୁ ସାଧାରଣ ଭକ୍ତଙ୍କୁ ବାରଣ କରାଯାଇଛି । ମନ୍ଦିରରେ ମା’ଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏହି କଟକଣା ସମୟରେ କୌଣସି ବ୍ୟକ୍ତିଙ୍କୁ ମନ୍ଦିର ପରିସରକୁ ଯିବାକୁ ଅନୁମତି ନାହିଁ, ଯଦି କେହି ଏହି ନିୟମକୁ ଅବମାନନା କରନ୍ତି । ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

FacebookTwitterLinkedinWhatsapp
Exit mobile version