Site icon ଆଜିକାଲି

ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଶ୍ରୀମନ୍ଦିର ଭିତରେ ବ୍ୟାପକ ବ୍ୟବସ୍ଥା, ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ : ଚାଲିଛି ଧର୍ମ ମାସ ମହା କାର୍ତ୍ତୀକ । ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି । ହବିଷ୍ୟାଳିଙ୍କ ସମେତ ସାଧାରଣ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରି ନିଜକୁ ଧନ୍ୟମନେ କରୁଛନ୍ତି ଭକ୍ତ ।

ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଶ୍ରୀମନ୍ଦିର ଭିତରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି । ଆଜି ଭୋର ୫ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇ ଭିତର ଶୋଧ, ମଙ୍ଗଳ ଆଳତି, ଓ ମଇଲମ ହୋଇ ବିଭିନ୍ନ ନୀତି ବଢ଼ିଛି ।

Exit mobile version