Site icon ଆଜିକାଲି

ଆଜିଠୁ ଭୁବନେଶ୍ୱର ଓ କଟକରେ ୫-ଜି ଟେଲିକମ ସେବାର ଶୁଭାରମ୍ଭ

ଭୁବନେଶ୍ୱର : ଓଡିଶାରେ ଆଜିଠୁ ଆରମ୍ଭ ହେବାକୁ ଯାଉଛି ୫-ଜି ଟେଲିକମ ସେବା । ଭୁବନେଶ୍ୱର ଏବଂ କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବ । ଘରୋଇ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଏବଂ ଏୟାରଟେଲ ପକ୍ଷରୁ ରାଜ୍ୟରେ ଗ୍ରାହକଙ୍କୁ ୫-ଜି ସେବା ଯୋଗାଇ ଦିଆଯିବ । ଭୁବନେଶ୍ୱରର ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ଅନୁଷ୍ଠିତ ହେବାକୁ ଥିବା ୫-ଜି ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେବେ । ୫- ଜି ସେବା ପାଇଁ ରିଲାଏନ୍ସ ଏବଂ ଏୟାରଟେଲ ପକ୍ଷରୁ ୫୧୦ଟି ବିଟିଏସ୍ ବିଭିନ୍ନ ସହରରେ ସ୍ଥାପନ କରାଯାଇଛି ।

Exit mobile version