Site icon ଆଜିକାଲି

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ କାମର ସମୀକ୍ଷା କଲେ ୫-ଟି ସଚିବ, ଜୁଲାଇ ସୁଦ୍ଧା କାମ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ୫-ଟି ଉପକ୍ରମରେ ବରମୁଣ୍ଡା ବସ୍‌ ଟର୍ମିନାଲର ହେଉଛି ରୂପାନ୍ତର । ଏହି କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ସ୍ଥାନୀୟ ବରମୁଣ୍ଡା ସ୍ଥିତ ନିର୍ମାଣଧୀନ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପହଞ୍ଚି ଥିଲେ । ନିର୍ମାଣସ୍ଥଳ ପରିଦର୍ଶନ କରି ୫-ଟି ସଚିବ ପୁରା ନିର୍ମାଣ କାମର ଏକ ଭିଡିଓ ପ୍ରେଜେଣ୍ଟେସନ ଦେଖି ଆଲୋଚନା କରିଥିଲେ । ସମୀକ୍ଷାରୁ ଜଣାଯାଇଛି, ଯେ ପ୍ରକଳ୍ପର ୮୫ ପ୍ରତିଶତ କାମ ଶେଷ ହୋଇସାରିଛି । ଜୁନ୍ ମାସ ଶେଷ ସୁଦ୍ଧା ସିଭିଲ୍‌ କାମ ସରିବ ବୋଲି ଜଣାଯାଇଛି । ଜୁଲାଇ ମାସ ସୁଦ୍ଧା ପୁରା ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ବରମୁଣ୍ଡା ବସ୍‌ ଟର୍ମିନାଲ ହେଉଛି ରାଜଧାନୀ ଭୁବନେଶ୍ୱରରେ ଓଡିଶାର ପ୍ରଥମ ବିଶ୍ୱସ୍ତରୀୟ ଟ୍ରାନ୍‌ଜିଟ୍ ସିଷ୍ଟମ । ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହିତ ଦୈନିକ ୨ ହଜାର ବସ୍‌ ଚଳାଚଳ କରିପାରିବ। ୧୧ ଏକର ପରିମିତ ଅଞ୍ଚଳରେ ୧୮୦ କୋଟି ଟଙ୍କା ବ୍ୟୟରେ ଏହି ଟର୍ମିନାଲ ନିର୍ମାଣ କରାଯାଉଥିବା ବେଳେ ଭବିଷ୍ୟତରେ ସମ୍ପ୍ରସାରଣ ପାଇଁ ଆଉ ୪ ଏକର ଜମି ଅଛି । ଏଥିରେ ଫୁଡକୋର୍ଟ, ଏକ୍ସକେଭଟର, ଏଲିଭେଟର, ବହୁତଳ କାର୍‌ ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କୁ ନେବା ଓ ଆଣିବା ପାଇଁ ବ୍ୟବସ୍ଥା ରହିବ । ଏହା ସହିତ ପ୍ରିପେଡ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ । ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ୱାରା ପରିଚାଳିତ କରାଯିବ । ଏଥିରେ ୱଇଫାଇ ସହିତ ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି । ଏତଦ ବ୍ୟତିତ ଯାତ୍ରୀମାନଙ୍କ ସୁବିଧା ପାଇଁ ସେଠାରେ ଆହାର ପ୍ଲସ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ବସ୍ ଟର୍ମିନାଲର ରୂପାନ୍ତର ପାଇଁ ସ୍ଥାନାନ୍ତରିତ ହୋଇଥିବା ଭେଣ୍ଡରମାନଙ୍କ ଥଇଥାନ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ । ଏଠାରୁ ଦେଶର ବିଭିନ୍ନ ସ୍ଥାନ ଯଥା – ବିଶାଖାପାଟଣା, ହାଇଦ୍ରାବାଦ,ରାୟପୁର, ରାଞ୍ଚି, କୋଲକତା ଓ ବେଙ୍ଗାଲୁର ସମେତ ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ବସ୍‌ ଚଳାଚଳ କରାଯିବ। ଏହି ସମୀକ୍ଷା ସମୟରେ ପରିବହନ କମିଶନର ଅମିତାଭ ଠାକୁର, ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ବିଏମସି କମିଶନର ବିଜୟ ଅମୃତରାଜ କୁଲାଙ୍ଗେ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ସଂଗଠନର ୩ ଜଣ ଉପାଧ୍ୟକ୍ଷଙ୍କ ମଧ୍ୟରେ ମୃତ୍ୟୁଞ୍ଜୟ ସ୍ଥାନିତ ହୋଇଛନ୍ତି । ସାଇକ୍ଲୋନ ମ୍ୟାନ ଅଫ୍ ଇଣ୍ଡିଆ ଭାବେ ପରିଚିତ ମୃତ୍ୟୁଞ୍ଜୟ ମହାପାତ୍ର ଆଇଏମଡି ସହ ୧୯୯୨ରୁ ସଂପୃକ୍ତ ଅଛନ୍ତି। ୨୦୧୯ ମସିହାରେ ମୃତ୍ୟୁଞ୍ଜୟ ଆଇଏମଡିର ମହାନିର୍ଦ୍ଦେଶକ ହୋଇଥିଲେ । ୨୦୧୩ର ମହାବାତ୍ୟା ଫାଇଲିନର ଗତିପଥ ସଠିକ ଭାବେ ଅନୁମାନ କରି ପ୍ରଶଂସିତ ହୋଇଥିଲେ ମୃତ୍ୟୁଞ୍ଜୟ। ବିଶ୍ୱ ପାଣିପାଗ ସଂଗଠନରେ ସେ ପୂର୍ବରୁ ଭାରତର ସ୍ଥାୟୀ ପ୍ରତିନିଧି ରହିବା ସହ ଏହାର କାର୍ଯ୍ୟନିର୍ବାହୀ ପରିଷଦକୁ ୨୦୧୩ରେ ନିର୍ବାଚିତ ହୋଇଥିଲେ। ଏବେ ବିଶ୍ଵ ପାଣିପାଗ ସଂଗଠନର ଉପାଧ୍ୟକ୍ଷ ହୋଇଥିବାରୁ ମୃତ୍ୟୁଞ୍ଜୟଙ୍କୁ ଚାରିଆଡୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି।

Exit mobile version