Site icon ଆଜିକାଲି

ରାଜ୍ୟରେ ଖୋଲିବ ଆଉ ୮ଟି ନୂଆ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର

ଭୁବନେଶ୍ୱର – ରାଜ୍ୟର ୭ଟି ଜିଲ୍ଲାର ୮ଟି ସହରାଞ୍ଚଳରେ ନୂଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାଜପୁର ଜିଲ୍ଲାର ଯାଜପୁର ସହର ଓ ବ୍ୟାସନଗରରେ ଖୋଲିବ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ମାଲକାନଗିରି ସହରରେ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବ ।

ବାଲେଶ୍ୱର ଜିଲ୍ଲାର ସୋର, ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର, ଅନୁଗୁଳ ଜିଲ୍ଲାର ତାଳଚେର, କଟକ ସହରରେ ଝୋଳସାହି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପ୍ରତିଷ୍ଠା ହେବ । ଜନସଂଖ୍ୟା ବୃଦ୍ଧି ସହ ସ୍ୱାସ୍ଥ୍ୟସେବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଛି ।

Exit mobile version