ରାୟଗଡ଼ା : ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା । ରାୟଗଡା ଜିଲା କାଶୀପୁର ବ୍ଲକ୍ ଗୋରଖପୁର ପଞ୍ଚାୟତ ଅନ୍ତର୍ଗତ କାହ୍ନୁଗୁଡା ଗ୍ରାମକୁ ପକ୍କା ରାସ୍ତା ନଥିବାରୁ ପହଞ୍ଚି ପାରିଲାଣି ଆମ୍ବୁଲାନ୍ସ । ଫଳରେ ଗର୍ଭବତୀ ମହିଳାଙ୍କୁ ଭରାନଦୀରେ ପରିବାର ଲୋକେ ବୋହି ନଦୀ ପାର କରିବା ପରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚିଥିଲେ ଗର୍ଭବତୀ ।
ସୂଚନା ଯେ, କାହ୍ନୁଗୁଡା ଗ୍ରାମର ସୁରନ୍ଦର ମାଝୀଙ୍କ ସ୍ତ୍ରୀ ଆରତୀ ମାଝୀ ପ୍ରସବ ବେଦନାରେ ଛଟପଟ ହେଉଥିବା ବେଳେ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ହେଲେ ଉକ୍ତ ଗ୍ରାମକୁ ପକ୍କା ରାସ୍ତା ନଥିବାରୁ ନଦୀ ଡେଇଁ ଆମ୍ବୁଲାନ୍ସ ଗ୍ରାମରେ ପହଞ୍ଚି ପାରିନଥିଲା । ଫଳରେ ପରିବାର ଲୋକେ ଗର୍ଭବତୀ ମହିଳାଙ୍କୁ ଭରା ନଦୀରେ ବୋହି ନଦୀ ପାର କରିବା ପରେ ଆମ୍ବୁଲାନ୍ସ ନିକଟକୁ ପହଞ୍ଚାଇଥିଲେ । ଏହାପରେ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି ।