ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଛି । ଉପର ମୁଣ୍ଡରୁ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ କମିଥିବାରୁ ଗେଟ୍ ବନ୍ଦ କରାଯାଇଛି । ଫଳରେ ବର୍ତ୍ତମାନ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ବାମ ପାର୍ଶ୍ବରେ ୨ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୬.୦୪ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୬୬ ହଜାର ୨୫୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ୧ ଲକ୍ଷ ୨୮ ହଜାର ୨୨୩ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।