ଭୁବନେଶ୍ବର: ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବା ବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୯ ତାରିଖରେ ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
June 26, 2024
0 Comment
84 Views
ଆଜିଠୁ ବଢ଼ିପାରେ ବର୍ଷା: ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ
by Editor
ଭୁବନେଶ୍ବର: ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବା ବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର,... Read More