ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ.ନଟବର ସିଂଙ୍କ ପରଲୋକ ହୋଇଛି। ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ନଟବର ସିଂ ବାର୍ଦ୍ଧକ୍ୟଜନିତ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। କିଛି ଦିନ ତଳେ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶନିବାର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।
ମନମୋହନ ସିଂହ ସରକାରରେ ସେ ଥିଲେ କ୍ୟାବିନେଟ୍ ମନ୍ତ୍ରୀ । ଜଣେ ପ୍ରବୀଣ କୂଟନୀତିଜ୍ଞ ଓ ରାଜନେତା ଭାବେ ନଟୱର ସିଂଙ୍କର ପ୍ରସିଦ୍ଧି ଥିଲା। ୧୯୫୩ରେ ମାତ୍ର ୨୨ ବର୍ଷ ବୟସରେ ସେ ଆଇଏଫ୍ଏସ୍ ପାଇଥିଲେ। ୧୯୭୩ରୁ ୧୯୭୭ ପର୍ଯ୍ୟନ୍ତ ସେ ୟୁକେରେ ଭାରତର ଡେପୁଟି ହାଇ କମିଶନର ଭାବେ କାର୍ଯ୍ୟ କରିଥିଲେ। ରାଜୀବ ଗାନ୍ଧୀଙ୍କ ସରକାରରେ ସେ ପ୍ରଥମେ ଇସ୍ପାତ ମନ୍ତ୍ରୀ ହୋଇଥିଲେ ଓ ପରେ ୧୯୮୬ରେ ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜଣେ ଭଲ ଲେଖକ ଭାବେ ମଧ୍ୟ ତାଙ୍କର ପରିଚୟ ରହିଛି।