ଭୁବନେଶ୍ବର : ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ରହିଛି । ଦୈନିକ କରୋନା ସଂକ୍ରମଣ ଶହେ ତଳକୁ ଖସିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲାରୁ ଆଉ ୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ନୂଆ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ବର ଜିଲାରୁ ୪, ବରଗଡ଼ରୁ ୩, ବଲାଙ୍ଗୀରରୁ ୩, କଟକରୁ ୧ ଜଣ, ଜଗତସିଂହପୁରରୁ ୨, ଯାଜପୁରରୁ ୩, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୧୦, କୋରାପୁଟରୁ ୨, ନୟାଗଡ଼ାରୁ ୧, ନୂଆପଡ଼ାରୁ ୨, ପୁରୀରୁ ୪, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ରାଜ୍ୟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ୧୩,୩୫,୭୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୨୬,୦୩୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୬୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେହିପରି ଏବେ ସୁଦ୍ଧା ରାଜ୍ୟରେ ୩୩୭୬୦୭୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।