ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପର ତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲାରୁ ୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ ସଙ୍ଗାରଧରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ୪ ଜଣ ଥିବାବେଳେ କଟକ, ଖୋର୍ଦ୍ଧା, ପୁରୀ ଓ ସମ୍ବଲପୁର ଜିଲାରୁ ୩ ଜଣ ଲେଖାଁଏ, ବରଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଁଏ ଏବଂ ରାଜ୍ୟ ପୁଲ୍ରୁ ଜଣେ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩,୨୬,୨୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୭,୯୧,୧୮୯ସାମ୍ପୁଲ ଟେଷ୍ଟ୍ ହୋଇଛି ।