Site icon ଆଜିକାଲି

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ : କାଲି ଠାରୁ ୫ ଦିନ ବର୍ଷା

ଭୁବନେଶ୍ବର : ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନଞ୍ଚ କରାଯାଇଛି। ଏହା ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବିଶେଷକରି ୯ ତାରିଖରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆସନ୍ତାକାଲି ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୮ତାରିଖ ସକାଳ ୮ଟାରୁ ୧୦ତାରିଖ ସକାଳ ୮ଟା ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଧା, ଭଦ୍ରକ, ଯାଜପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୧ ତାରିଖରେ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲ‌ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Exit mobile version