Site icon ଆଜିକାଲି

କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


କେନ୍ଦୁଝର, (ନିପ୍ର) ତା୦୧.୦୫.୨୦୨୩ ରିଖ ସୋମବାର ଦିନ ଜିଲ୍ଲାପାଳ ଆଶିଷ ଠାକରେ ଏବଂ ଏସ୍.ପି. ମିତ୍ରଭାନୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସୁ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ୍ ୧୩୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୧୨ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ ଗ୍ରାମ୍ୟ ସମସ୍ୟାମୂଳକ
ହୋଇଥିବାବେଳେ ୧୨୫ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ଅନ୍ୟମାନଙ୍କ ମଧ୍ୟରେ ଡି.ଏଫ୍.ଓ. ଧନରାଜ ଏଚ୍.ଡି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସୁଷମା ବିଲୁଙ୍ଗ, ଅତିରିକ୍ତ ଜିଲ୍ଲାପାଳ( ରାଜସ୍ୱ) ଯଦୁମଣି ମହଲା, ପିଏ ଆଇଟିଡିଏ କେନ୍ଦୁଝର ତପନ କୁମାର ନାଏକ, କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିନ୍ତୁ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ (ଲେପ୍ରୋସି) ଡାଃ ସୁତକିର୍ତି ମହାନ୍ତି, ଡେପୁଟି କଲେକ୍ଟର (ଆପତକାଳୀନ) ସୁରଞ୍ଜିକା ବେହେରା, ଡେପୁଟି କଲେକ୍ଟର ସୁଚିସ୍ମିତା ଦାଶ, ଡେପୁଟି କଲେକ୍ଟର ଶିବବ୍ରତ ତ୍ରିପାଠୀ, କେନ୍ଦୁଝର ସଦର ବିଡିଓ ବିକାଶ ଚନ୍ଦ୍ର ସାହୁ ଏବଂ କେନ୍ଦୁଝର ତହସିଲଦାର ଆଶିଷ ମହାପାତ୍ରଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ
ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୧୩ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା ।

Exit mobile version