Site icon ଆଜିକାଲି

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ

ଶ୍ରୀନଗର : ଜମ୍ମୁକାଶ୍ମୀର ବାରାମୂଳା ଜିଲା ବାନିଗାମବାଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ରାଜ୍ୟ ପୋଲିସ, ସିଆରପିଏଫ ଓ ଭାରତୀୟ ସେନାର ମିଳିତ ଅପରେସନ ପରେ ସୁରକ୍ଷାକର୍ମୀଙ୍କୁ ମିଳିଲା ସଫଳତା । ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି । ଫଳରେ ଏବେବି ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବଳ ।

ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ସୁରକ୍ଷାକର୍ମୀ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଲୁଚିଥିବା ଆତଙ୍କୀ ପ୍ରଥମେ ଆକ୍ରମଣ କରିଥିଲେ । ପାଲଟା ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛି ।

Exit mobile version