Site icon ଆଜିକାଲି

ଗୁମ୍ମା ଘାଟିରେ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର

ରାୟଗଡ଼ା : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଏ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଯେ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ ଏବଂ ବୋଲେରୋ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣକ ସ୍ୱାମୀ ହୋଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ଅଛନ୍ତି । ସେମାନଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏବେ ଯାଏଁ ସେମାନଙ୍କ ପରିଚୟ ସ୍ପଷ୍ଟ ଭାବେ ମିଳିନାହିଁ ।

Exit mobile version