Site icon ଆଜିକାଲି

ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ଏହି ସବୁ ଜିଲାରେ ବର୍ଷା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ। ଟ୍ରପଲାଇନର ପ୍ରଭାବରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ୯ ଜିଲ୍ଲାକୁ ଅରେଞ୍ଜ ଏବଂ ୧୮ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ, କଟକ , ବୌଦ୍ଧ , ଅନୁଗୁଳ, ସୁନ୍ଦରଗଡ ଏବଂ ଝାରସୁଗୁଡା ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ସେପଟେ ପୁରୀ, ଖୋର୍ଦ୍ଧା , ଢେଙ୍କାନାଳ, ଯାଜପୁର , ବାଲେଶ୍ଵର, ଭଦ୍ରକ କେନ୍ଦ୍ରପଡା ଆଦି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି।

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ଅପରାହ୍ଣ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବଲାଙ୍ଗିରରେ ୯୦ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ପାରଳାଖେମୁଣ୍ଡି ୬୧.୨ମି.ମି, ଅନୁଗୋଳ ୬୦ମି.ମି, ନବରଙ୍ଗପୁର ୫୭ମି.ମି ଏବଂ ବୌଦ୍ଧ ୫୭ମି.ମି ବର୍ଷା ହୋଇଛି। ଗତ ୨୪ଘଣ୍ଟାରେ ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୧୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ଉଲୁଣ୍ଡା ୧୩୭ ମି.ମି ଏବଂ ବୀରମହାରାଜପୁରରେ ୧୧୧ ମି.ମି ବର୍ଷା ହୋଇଛି।

FacebookTwitterLinkedinWhatsapp
Exit mobile version