Site icon ଆଜିକାଲି

ଅସ୍ତ୍ରୋପଚାର ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ବର : ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ । ଆଇଏଲଭିଏସ ହସ୍ପିଟାଲରେ ପିଣ୍ଟୁଙ୍କର ଅପରେସନ କରାଯିବ । ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଲିଭର ଡୋନର ସ୍ଥିର ହୋଇଛନ୍ତି । ଦିଲ୍ଲୀରେ ପହଞ୍ଚିବା ପରେ ଚିକିତ୍ସା ଆରମ୍ଭ ହେବ । ବ୍ୟୟବହୁଳ ଚିକିତ୍ସା ପାଇଁ ବହୁ ଅର୍ଥର ଆବଶ୍ୟକତା ଥିବା ବେଳେ ଶୁଭେଛୁ ଓ କଳାକାରମାନେ ସହାୟତାର ହାତ ବଢାଇଛନ୍ତି। ସମସ୍ତେ ପିଣ୍ଟୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନା ଯେ, ଲିଭର ସିରୋସିସ୍‌ ରୋଗରେ ପୀଡିତ ଅଛନ୍ତି ଓଲିଉଡ୍‌ର ବରିଷ୍ଠ ଅଭିନେତା ପିଣ୍ଟୁ ନନ୍ଦ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଉଚ୍ଚତର ଚିକିତ୍ସା ପାଇଁ ଦିଲ୍ଲୀ ନେଇଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର। ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କାର ଆବଶ୍ୟକ ରହିଛି । ଏନେଇ ସୋସିଆଲ୍‌ ମିଡିଆରେ ତାଙ୍କର ଆଶୁ ଆରୋଗ୍ୟ ସହ ସହାୟତାର ହାତ ବଢାଇବା ପାଇଁ ନିବେଦନ କରିଛନ୍ତି ପରିବାର ଓ ଶୁଭେଚ୍ଛୁ ।

Exit mobile version