Site icon ଆଜିକାଲି

ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ଆଉ ତିନିମାସ ଅତିରିକ୍ତ ଚାଉଳ


ଭୁବନେଶ୍ବର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ହିତାଧିକାରୀ ମାନେ ଏନଏଫଏସଏ ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

Exit mobile version