ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି। ବାହାର ରତ୍ନଭଣ୍ଡାର ଖୋଲାଯିବା ପରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ। ରତ୍ନ ଅଳଙ୍କାର ଗଣତି ହେବନାହିଁ । ତେବେ ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି। ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ , ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର , ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ଶେଷଥର ପାଇଁ ୧୯୭୮ ମସିହାରେ ଭିତର ରତ୍ନଭଣ୍ଡାର ଖୋଲିଥିଲା।
July 14, 2024
0 Comment
79 Views
୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର: ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲାଗଲା
by Editor
ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି। ବାହାର ରତ୍ନଭଣ୍ଡାର ଖୋଲାଯିବା ପରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ। ରତ୍ନ ଅଳଙ୍କାର ଗଣତି ହେବନାହିଁ । ତେବେ ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି। ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ... Read More