Site icon ଆଜିକାଲି

କନ୍ୟା ସନ୍ତାନର ମା’ ହେଲେ ଆଲିଆ

ମୁମ୍ବାଇ : ମା’ ହେଲେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରଣବୀର ଓ ଆଲିଆ ବାପା-ମା’ ହୋଇଥିବାରୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।

ଆଲିଆ ଭଟ୍ଟ ଆଜି ସକାଳୁ ଏଚ୍ ଏନ୍ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ସହ ରଣବୀର କପୁର ମଧ୍ୟ ଯାଇଥିବା ଦେଖିବାକୁ ମିଳିଥିଲା। ସେଠାରେ ହିଁ ସେ ତାଙ୍କ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ରଣବୀର ଓ ଆଲିଆଙ୍କ ଘରକୁ ନୂଆ ସଦସ୍ୟ ଆସିବା ପରେ ପୂରା କପୁର ଓ ଭଟ୍ଟ ପରିବାରରେ ଉତ୍ସବର ମାହୋଲ ଆରମ୍ଭ ହୋଇଛି।

ଆଲିଆ ଓ ରଣବୀର ଦୀର୍ଘ ଦିନର ଡେଟିଂ ପରେ ଚଳିତ ବର୍ଷ ଏପ୍ରିଲ ମାସରେ ବିବାହ କରିଥିଲେ। ତେବେ ବିବାହର ଦୁଇ ମାସ ପରେ ହିଁ ଗୁଡ୍ ନ୍ୟୁଜ ଦେଇଥିଲେ ଏହି ଷ୍ଟାର୍ ଦମ୍ପତି। ଏହାକୁ ନେଇ ବି-ଟାଉନରେ ବହୁ ଚର୍ଚ୍ଚା ଆରମ୍ଭ ହୋଇଥିଲା। ସେ ବିବାହ ପୂର୍ବରୁ କୁଆଡେ ଗର୍ଭବତୀ ଥିବା ମଧ୍ୟ କୁହାଯାଉଥିଲା।

Exit mobile version