Site icon ଆଜିକାଲି

ଧାନନଗର ଉପନିର୍ବାଚନ ପ୍ରଚାରରେ ଅନୈତିକ କାର୍ଯ୍ୟ ଅଭିଯୋଗ, ବିଜେପି ବିରୋଧର ଇସିଙ୍କଠାରେ ଫେରାଦ ହେଲା ବିଜେଡି


ନୂଆଦିଲ୍ଲୀ : ଧାମନଗର ଉପନିର୍ବାଚନ ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟରେ ଲିପ୍ତ ବୋଲି ଅଭିଯୋଗ କରିଛି ବିଜେଡି । ଏ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ ବିଜେଡିର ୪ ଜଣିଆ ପ୍ରତିନିଧି ଦଳ କମିଶନଙ୍କୁ ଭେଟିଛନ୍ତି । ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି । ଅର୍ଥବଳରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ଏପରିକି ସ୍ଥାନୀୟ ପ୍ରଶାସନ ଉପରେ ମଧ୍ୟ ଚାପ ସୃଷ୍ଟି କରୁଛନ୍ତି ରାଜ୍ୟ ବିଜେପି ନେତା ଓ କର୍ମୀ ନିର୍ବାଚନ କମିଶନରଙ୍କୁ ଭେଟି ବିଜେଡି ପ୍ରତିନିଧି ଦଳ ଏସବୁ ଅଭିଯୋଗ ଆଣିଛି ।

ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ ସାଂସଦ ନିରଞ୍ଜନ ବିଶି, ମୁନ୍ନା ଖାଁ ଓ ଚନ୍ଦ୍ରଶେଖର ସାହୁ କମିଶନରଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ପତ୍ର ଦେଇଛନ୍ତି । ଏସଏଚଜି ମହିଳାଙ୍କ ମିଛ ଭିଡିଓ ଭାଇରାଲ କରି ୭୦ ଲକ୍ଷରୁ ଅଧିକ ସ୍ବୟଂ ସହାୟିକା ମହିଳାଙ୍କୁ ଅପମାନିତ କରାଯାଉଛି । ହାରିଯିବା ଭୟରେ ବ୍ୟାପକ ଭାବେ କଳା ଟଙ୍କାର ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି ବୋଲି ଅଭିଯୋଗ କରିଛି ବିଜେଡି ।

ପ୍ରଶାସନ ବିରୋଧରେ ମିଛ ଅଭିଯୋଗ ଆଣି ସ୍ଥାନୀୟ ଅଧିକାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରାଯାଉଛି । ରାଜ୍ୟ ବିଜେପି ନେତାଙ୍କୁ ଏହି ସବୁ ଅନୈତିକ କାମରୁ ନିବୃତ କରିବାକୁ ଦାବି କରିଛି ବିଜେଡି । ଏଥିସହ ନିର୍ବାଚନ ମଣ୍ଡଳୀରେ ଅର୍ଥବଳ, ବାହୁବଳ ଓ ମିଛ ଅପପ୍ରଚାରକୁ ରୋକିବାକୁ ମନଟରିଂ ବ୍ୟବସ୍ଥାକୁ କଡ଼ାକଡି କରିବାକୁ ଦାବି କରିଛି ବିଜେଡି ।

Exit mobile version