Site icon ଆଜିକାଲି

ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ୨୦ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବଜେଟ ଅଧିବେଶନ ସୁରୁଖୁରୁରେ ଚାଲିବା ନେଇ ଆଲୋଚନା କରାଯିବ । ୨୦ ତାରିଖରେ ଦିନ ସାଢ଼େ ୧୧ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବ ଏହି ବୈଠକ । ଆସନ୍ତା ୨୧ ତାରିଖରେ ବଜେଟ ଅଧିବେଶନ ଆରମ୍ଭ ହେଉଛି । ଦୁଇଟି ପର୍ଯ୍ୟାୟରେ ବସିବ ବିଧାନସଭାର ବଜେଟ ଅଧିବେଶନ। ୨୦ ତାରିଖ ଦିନ ସାଢ଼େ ୧୧ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବ ଏହି ବୈଠକ ।

ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ରାଜ୍ୟପାଳଙ୍କ ଅଭିଭାଷଣ ସହ ବଜେଟ ଅଧିବେଶନ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ।

Exit mobile version