Site icon ଆଜିକାଲି

ଆଜି ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର – ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ଖୁବ୍ ଶୀଘ୍ର ମତଦାନ ତାରିଖ ଘୋଷଣା ହେବାକୁ ଥିବା ବେଳେ ରାଜ୍ୟରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଆଜି ଅପରାହ୍ନରେ ଶାସକ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ବସିବ । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ବୈଠକର ଏଜେଣ୍ଡା ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନଥିଲେ ମଧ୍ୟ ଆସନ୍ତା ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

Exit mobile version