Site icon ଆଜିକାଲି

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ମାନଙ୍କ କଲ୍ଯାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

ଭୁବନେଶ୍ବର : ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି । ଏମାନେ ଗରିବ ଲୋକ । ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ସହ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ତାଙ୍କ ସରକାର ସବୁବେଳେ କାମ କରି ଆସୁଛି ବୋଲି ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି । ଗତ ସପ୍ତାହ ମଧ୍ୟରେ ସେ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥ ଳକୁ ଦୃଷ୍ଟି ରେ ରଖି ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ। ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ। କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ। ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।

ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ। ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ। କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସଟି ରଖିଛନ୍ତି । ଏହା ବହୁତ ଅଧିକ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ ।ତେଣୁ କେନ୍ଦୁପତ୍ର ଉପରୁ ଜିଏସଟି ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ସେ ବାରମ୍ଵାର ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗରିବ ଲୋକଙ୍କ ହିତ ଦୃଷ୍ଟି ରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଖ୍ୟମନ୍ତ୍ରୀ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି।

Exit mobile version