Site icon ଆଜିକାଲି

ରାଜ୍ୟରେ ଆଉ ୨୮୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରତଳ ହେଉଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୦୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ଵରରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୩, କଟକରୁ ୧୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୧୪ , ନୟାଗଡ଼ରୁ ୬, ନୂଆପଡ଼ାରୁ ୭, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୭ ଓ ରାଜ୍ୟ ପୁଲରୁ ୧୨ ମାମଲା ରିପୋର୍ଟ ହୋଇଛି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୨୫,୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨,୪୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୧୩,୩୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୦,୨୦,୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version