Site icon ଆଜିକାଲି

ରାଜ୍ୟରେ ଆଉ ୭୭ ନୂଆ କୋରୋନା ପଜିଟିଭ ଚିହ୍ନଟ


ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ରୁ ୧, ବଲାଙ୍ଗୀରରୁ ୧, କଟକରୁ ୮ , ଦେବଗଡ଼ରୁ ୧, ଜଗତସିଂହପୁରରୁ ୫, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, କୋରାପୁଟରୁ ୨, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୪, ସମ୍ବଲପୁରରୁ ୯ , ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Exit mobile version