Site icon ଆଜିକାଲି

ନୀଳଗିରି ଏନଏସି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ପୁନର୍ବାର ଅନାସ୍ଥା ପ୍ରସ୍ତାବ

ନୀଳଗିରି : ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)ର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ ପୁଣି ଅନାସ୍ଥା ପ୍ରସ୍ତାବ । ଗତ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଚେୟାରମ୍ୟାନଙ୍କ ବିରୁଦ୍ଧରେ ଆସିଥିଲା । ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ କିଛି ସମୟ ପାଇଁ ଗଡିଯାଇଥିଲା । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ ଗତ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଆସିଥିଲା । ଏନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେଣୁ ଏହା କିଛି ସମୟ ପାଇଁ ଗଡ଼ି ଯାଇଥିଲା । ପରେ ଏବେ ପୁଣିଥରେ ଅନାସ୍ଥା ପ୍ରସ୍ତାବ ଆସିଛି । ପୂର୍ବରୁ ଅଗଷ୍ଟ ୫ ତାରିଖରେ ବିଜେପି ଏବଂ ସମର୍ଥିତ ୧୧ ଜଣ କାଉନସିଲର ବାଲେଶ୍ୱର ଜିଲ୍ଲାପାଳଙ୍କ ଠାରେ ଆବେଦନ କରିଥିଲେ । ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ ଅଗଷ୍ଟ ୧୪ ତାରିଖରେ ଏନଏସି ସଭା ଗୃହରେ ଏକ ବୈଠକର ଆହ୍ୱାନ କରିବା ସହିତ ମତଦାନ କରାଯିବାର ନିର୍ଦ୍ଦେଶନାମା ଦେଇଥିଲେ । ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ, ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିଲା ।

ମାତ୍ର ଅଗଷ୍ଟ ୧୨ ତାରିଖରେ ଅଧ୍ୟକ୍ଷା ଏହା ବିପକ୍ଷରେ ଓଡିଶା ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର କୋର୍ଟ ସେପ୍ଟେମ୍ବର ୫ ତାରିଖରେ ଏହାର ଚୂଡାନ୍ତ ଶୁଣାଣି କରି ନୂତନ ଭାବେ ଅଗ୍ରଗତି କରିବା ପାଇଁ କତୃପକ୍ଷଙ୍କୁ ଅନାସ୍ଥା ସଂକଳ୍ପ ଆଇନ ଅନୁଯାୟୀ ସ୍ୱାଧୀନତା ପ୍ରଦାନ କରାଯାଇଥିଲା । ଉକ୍ତ ଆଦେଶକୁ ପାଳନ କରି ଆସନ୍ତା ସେପ୍ଟେମ୍ବର ମାସ ୨୭ ତାରିଖରେ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ପୂର୍ବାହ୍ନ ୧୧ ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପ୍ରସ୍ତାବିତ ସଂକଳ୍ପ ଉପରେ ଆଲୋଚନା କରାଯିବ । ଏଥି ସହିତ ୧୨:୧୦ମିନିଟରେ ମତଦାନ ଏବଂ ୧୨:୩୦ ମିନିଟରେ ଫଳାଫଳ ପ୍ରକାଶ କରିବାକୁ ବାଲେଶ୍ୱର ଜିଲ୍ଲାପାଳ ତଥା ଜିଲ୍ଲା ଦଣ୍ଡାଧିକାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହାର ଏକକିତା ନକଲ ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ, ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ପ୍ରେରଣା କରିଥିବା ଜଣାପଡିଛି ।

Exit mobile version