Site icon ଆଜିକାଲି

୧୮ରେ ଆଉ ଏକ ଘୂର୍ଣ୍ଣିବଳୟ; ଆଜିଠାରୁ କମିବ ବର୍ଷା ପରିମାଣ

ଭୁବନେଶ୍ୱର : ଆସନ୍ତାମାସ ୧୮ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବାପରେ ଏବେ ଦୁର୍ବଳ ହୋଇଯାଇଛି। ଫଳରେ ଆଜିଠୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ମୌସୁମୀ ସକ୍ରିୟ ରହିଥିବା ଯୋଗୁ ରାଜ୍ୟରେ ଦୁଇ ଦିନ କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଜାରି ରହିବା ସହ ବାକି ଅଞ୍ଚଳ ଗୁଡ଼ିକରେ ପାଖ ଶୁଖିଲା ରହିବ।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧୦୮୪.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକଠାରୁ ୫ ପ୍ରତିଶତ ଅଧିକ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version