Site icon ଆଜିକାଲି

ଆଉ ଏକ ପଶ୍ଚିମାଝଡ ସକ୍ରିୟ, ୭ ତାରିଖ ଯାଏଁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର : ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ ସକ୍ରିୟ । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି (ମଙ୍ଗଳବାର) ପାଇଁ ରାଜ୍ୟର ୧୩ଟି ଜିଲାକୁ ସତର୍କତା ଜାରି କରାଯାଇଛି । ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଅଧିକାଂଶ ସ୍ଥାନରେ କୁଆପଥର ପଡିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।

Exit mobile version