Site icon ଆଜିକାଲି

ବିବାହ ବିଚ୍ଛେଦ ମାମଲାରେ ପୁଣି ନୂଆ ଟ୍ବିଷ୍ଟ ; ହାଇକୋର୍ଟ ଗଲେ ଅନୁଭବ ମହାନ୍ତି

କଟକ : ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ପୁଣି ନୂଆ ଟ୍ବିଷ୍ଟ। କଟକ ପରିବାର ଅଦାଲତ ରାୟକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ସାଂସଦ ସୁପରଷ୍ଟାର ଅନୁଭବ ମହାନ୍ତି। ପରିବାର ଅଦାଲତର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାୟର କରିଛନ୍ତି।

ଗତ ସେପ୍ଟେମ୍ବର ୨୨ ତାରିଖରେ ରାୟ ଶୁଣାଇଥିଲେ କଟକ ପରିବାର ଅଦାଲତ। ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ ଆବେଦନ କରିଥିଲେ ଅନୁଭବ। ତେବେ ଏହି ଆବେଦନକୁ ଖାରଜ କରିଥିଲେ କୋର୍ଟ। ପତ୍ନୀ ବର୍ଷା ମଧ୍ୟ ଏକତ୍ର ରହିବା ପାଇଁ ଏକ ପିଟିସନ କରିଥିଲେ । ସେହି ପିଟିସନକୁ ମଧ୍ୟ ଅଗ୍ରାହ୍ୟ କରିଦେଇଥିଲେ ପରିବାର ଅଦାଲତ। ଆଇନଜୀବୀ ଲଳିତେନ୍ଦୁ ମିଶ୍ରଙ୍କ ଜରିଆରେ ହାଇକୋର୍ଟରେ ଅନୁଭବ ମହାନ୍ତି ଏହି ଆବେଦନ କରିଛନ୍ତି ।

ସେପଟେ ଫ୍ୟାମିଲି କୋର୍ଟ ତାଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ୍ ମିଡିଆରେ ପୁଣି ଭିଡିଓ ଛାଡ଼ି ଛାଡ଼ପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଥିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଗତ ୧୦ ତାରିଖରେ ଏକ ନୂଆ ଭିଡିଓ ଛାଡ଼ି ଅନୁଭବ କହିଥିଲେ, ଏବେ ତାଙ୍କ ବାପାଙ୍କ ଦେହ ବହୁତ ଅସୁସ୍ଥ ରହିଛି । ତେଣୁ ଏଭଳି ସମୟରେ ଅତିକମରେ ଜଣେ ଭଲ ବନ୍ଧୁ ହିସାବରେ ବର୍ଷା ତାଙ୍କ ଛାଡ଼ପତ୍ର ସ୍ୱୀକାର କରିନିଅନ୍ତୁ ଓ ମିଛ ଡ୍ରାମା ବନ୍ଦ କରନ୍ତୁ ।

Exit mobile version