Site icon ଆଜିକାଲି

ହକି ବିଶ୍ୱକପର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୧-୦ରେ ହରାଇଲା ଆର୍ଜେଣ୍ଟିନା

ଭୁବନେଶ୍ୱର : ପୁରୁଷ ହକି ବିଶ୍ୱକପର ପଞ୍ଚଦଶ ସଂସ୍କରଣ ଆରମ୍ଭ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପର ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା ବିଜୟୀ। ପୁଲ ଏ ମ୍ୟାଚରେ ଆର୍ଜେଣ୍ଟିନା ଦକ୍ଷିଣ ଆଫ୍ରିକାକୁ ୧-୦ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଛି ।

ଶୁକ୍ରବାର ପୁରୁଷ ହକି ବିଶ୍ୱକପର ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା ଓ ସାଉଥ୍ ଆଫ୍ରିକା ମୁହାଁମୁହିଁ ହୋଇଥିଲେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏହି ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ରେ ଜିତିଛି। ଉଭୟ ଦଳ ମଧ୍ୟରେ କଡା ଟକର ହେଇଥିଲେ ବି ତୃତୀୟ ହାଫରେ ଆର୍ଜେଣ୍ଟିନା ଦଳ ସାଉଥ୍ ଆଫ୍ରିକାକୁ ଗୋଟିଏ ଗୋଲ ଦେଇଥିଲା। ଦକ୍ଷିଣ ଆଫ୍ରିକାର ରକ୍ଷଣପନ୍ଥୀ ଚମତ୍କାର ପ୍ରଦର୍ଶନ କରିଥିଲେ । ମ୍ୟାଚର ତୃତୀୟ କ୍ୱାର୍ଟରରେ ହିଁ ଆର୍ଜେଣ୍ଟିନା ଗୋଲ କରିବାରେ ସଫଳ ହୋଇଥିଲା । ମାଇକୋ କାସେଲା ୪୨ତମ ମିନିଟରେ ଆର୍ଜେଣ୍ଟିନା ପକ୍ଷରୁ ଏକମାତ୍ର ଗୋଲ କରିଥିଲେ। ଏହା ହିଁ ଦଳ ପାଇଁ ବିଜୟସୂଚକ ଗୋଲ ସାବ୍ୟସ୍ତ ହୋଇଥିଲା।

Exit mobile version