Site icon ଆଜିକାଲି

ବାଣ ବିସ୍ଫୋରଣ ଘଟଣା; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ଚାପଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା। ଏଯାବତ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ଚିକିତ୍ସା ଅବହେଳାରୁ ଜଣେ ୧୫ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାରେ ଅନେକ ଆହତ କଟକ ଏସସିବି ଓ ଭୁବନେଶ୍ୱରର ୩ଟି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତକାଲି ରାତିରେ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଇଥିଲା।

Exit mobile version