Site icon ଆଜିକାଲି

ବଢ଼ିଲା କଳାକାର ଭତ୍ତା : ମାସକୁ ମିଳିବ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ବଢ଼ିଲା କଳାକାର ଭତ୍ତା। ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ । ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ । ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନମାନେ ଦାବି ଉପସ୍ଥାପନ କରିଥିଲେ । ଏହା ବ୍ୟତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ ୫ଟି ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ ।

Exit mobile version