Site icon ଆଜିକାଲି

୫୮ ବର୍ଷରେ କିଙ୍ଗ ଖାନ୍, ମଧ୍ୟରାତ୍ରୀରେ ପାଳିଲେ ଜନ୍ମଦିନ

ମୁମ୍ବାଇ : ଆଜି କିଙ୍ଗ ଖାନଙ୍କ ଜନ୍ମଦିନ । ୫୮ ବର୍ଷରେ ପାଦ ଥାପିଛନ୍ତି ଶାହାରୁଖ। ତଥାପି କମିନି ତାଙ୍କ କ୍ରେଜ। ଏବେ ବି ସେ ଯୁବପୀଢୀଙ୍କ ପାଇଁ ରୋମାନ୍ସ କିଙ୍ଗ । କେବଳ ଦେଶ ନୁହେଁ ବିଦେଶରେ ମଧ୍ୟ ତାଙ୍କର ଅନେକ ଫ୍ୟାନ। ନିଜର ନିଆରା ରୋମାଣ୍ଟିକ ଅନ୍ଦାଜ ପାଇଁ ସେ ପପୁଲାର। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶାହାରୁଖ ଘର ମନ୍ନତ ଆଗରେ ଲାଗିଛି ଫ୍ୟାନ୍ସଙ୍କ ଭିଡ଼। ଜନ୍ମଦିନରେ ତାଙ୍କର ଗୋଟିଏ ଝଲକ ପାଇଁ ଫ୍ୟାନ୍ସ ପାଗଳ । ହଜାର ହଜାର ଫ୍ୟାନ୍ସ ଘର ଆଗରେ ଜମା ହୋଇଥିଲେ । ଶାହାରୁଖ ମଧ୍ୟ ନିଜ ଫ୍ୟାନ୍ସଙ୍କ ମନ ରଖିଥିଲେ । ଛାତ ଉପରକୁ ଆସି ହାତ ହଲାଇ ଫ୍ୟାନ୍ସଙ୍କୁ କୃତଜ୍ଞତା ଜଣାଇଥିଲେ ।

୨ ନଭେମ୍ବର ୧୯୬୫ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ଶାହାରୁଖ । ଟେଲିଭିଜନ ପରେ ସେ ପାଦଦେଇଥିଲେ ସିନେମା ଜଗତରେ । ଚଳଚ୍ଚିତ୍ର ‘ଦିୱାନା’ ଜରିଆରେ ପ୍ରଥମେ ସେ ନିଜ ଅଭିନୟରେ ଦର୍ଶକଙ୍କୁ ମତୁଆଲା କରିଥିଲେ । ଡର୍, ଅଞ୍ଜାମ ଓ ବାଜିଗର, ରାଜୁ ବନ୍ ଗୟା ଜେଣ୍ଟଲ୍ ମ୍ୟାନ୍, କୁଛ୍ କୁଛ୍ ହୋତା ହୈ, ଦେବଦାସ, ଦିଲୱାଲେ ଦୁଲହନିୟା ଲେ ଜାୟେଙ୍ଗେ୍, ଚକ୍ ଦେ ଇଣ୍ତିଆ ଭଳି ସିନେମାରେ ସେ ଉତ୍ତମ ଅଭିନୟ କରି ସାରା ବିଶ୍ୱରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଚି କରିଥିଲେ । ଆଜି ତାଙ୍କ ଜନ୍ମଦିନ ଅବସରରେ ଶାହାରୁଖଙ୍କ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।

FacebookTwitterLinkedinWhatsapp
Exit mobile version