0 Comment
ଭୁବନେଶ୍ୱର : ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଜଗତ ସହ ନାରୀ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।