Site icon ଆଜିକାଲି

ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର

ଆଠଗଡ଼ : ଆଜି ପଞ୍ଚୁକର ତୃତୀୟ ଦିନ । ମହାକାର୍ତ୍ତିକ ମାସର ଆଜି ବଡ ପର୍ବ ବଡଓଷା । ପୀଠରେ ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର ।

ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି ହେବ ଗଜଭୋଗ ଓ ତରଣ।ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ମଧ୍ୟରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Exit mobile version