Site icon ଆଜିକାଲି

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ଜନ୍ମବେଦୀରୁ ପୁଣି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ବିଶ୍ବନିୟନ୍ତାଙ୍କ ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ଶ୍ରୀମନ୍ଦିର ବାହୁଡ଼ିବେ ମହାପ୍ରଭୁ। ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି।

ଖବର ଅନୁଯାୟୀ, ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷ ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ଶ୍ରୀମନ୍ଦିରକୁ ବାହୁଡିବା ବେଳେ ବାଟରେ ଅଭିମାନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ। ବାହୁଡା ପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଛି। ବାହୁଡ଼ା ପହଣ୍ଡି ପାଇଁ ତିନି ରଥରେ ବି ଚାରମାଳ ବନ୍ଧା ଶେଷ ହୋଇଛି। ମଙ୍ଗଳବାର ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ବାହୁଡ଼ା ପହଣ୍ଡି ପାଇଁ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଛି। ପରେ ବିଳମ୍ବିତ ରାତିରେ ବାହୁଟ କଣ୍ଟ, ଚାରବନ୍ଧା, ସେନାଲାଗି ନୀତି ସମ୍ପନ୍ନ ହୋଇଛି।

Exit mobile version