Site icon ଆଜିକାଲି

ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣରେ ପ୍ରାୟ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ।

ଖବର ଅନୁଯାୟୀ, ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି।

Exit mobile version