Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକମାନେ ଏହି ବନକ ଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ।

ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

FacebookTwitterLinkedinWhatsapp
Exit mobile version