Site icon ଆଜିକାଲି

ଆହୁରି ଦକ୍ଷ ହେବ ବିଡିଏର ଏନଫୋର୍ସମଏଣ୍ଟ ବ୍ୟବସ୍ଥା, ୬୭ଟି ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର – ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ- ବିଡିଏର ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନୂଆ ପଦବୀ ମଧ୍ୟରେ ରହିଛି ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଲ ପଦବୀ । ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ । ଫଳରେ ବିଡିଏର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ।

ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବିଡିଏ ଉପରେ ରହିଛି ଭୁବନେଶ୍ବରରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ ବିଡିଏର ଏନଫୋର୍ସମେଣ୍ଟ କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଥିଲା । ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଦକ୍ଷ କରିବା ଉଦ୍ଦେଶ୍ୟର ୬୭ଟି ନୂଆ ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ଭୁବନେଶ୍ୱର ସହର ପାଇଁ ୨୫ଟି ଯୁଗ୍ମ ଟିମ ଓ ୫ଟି ରିଜର୍ଭ ଟିମର ଆବଶ୍ୟକତା ରହିଛି । ପ୍ରତି ଟିମରେ ୨ଜଣ ପୋଲିସ କନେଷ୍ଟବଳ ରହିବେ । ଏହି ଟିମଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ ଆସିଷ୍ଟାଣ୍ଟ କମିଶନର, ୬ ଜଣ ଆସିଷ୍ଟାଣ୍ଟ ସବ ଇନସପେକ୍ଟର କାର୍ଯ୍ୟ କରିବେ।

Exit mobile version