Site icon ଆଜିକାଲି

ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ : ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଯାଇ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ମୃତ ଯୁବକ ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣାର ଲୁପିନ ବିଶ୍ବାସ ବୋଲି ଜଣାପଡିଛି ।

ସୂଚନା ମୁତାବକ, ଆଜି ମଧ୍ୟାହ୍ନରେ ଲୁପିନ୍ ସେକ୍ଟର ୧୨ ହୋଟେଲ ବଙ୍ଗଲକ୍ଷ୍ମୀ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିବା ବେଳ ଭାସି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ସମୁଦ୍ର ଭିତରକୁ ଯାଇ ଲୁପିନକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଲୁପିନଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଥିବା ବେଳେ ଅନ୍ୟପଟେ ସମୁଦ୍ରକୂଳ ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡିଛି ।

Exit mobile version