Site icon ଆଜିକାଲି

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉତ୍କଳ ଦିବସ ଶୁଭେଚ୍ଛା

ନୂଆଦିଲ୍ଲୀ – ଆଜି ଉତ୍କଳ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରମୁଖ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓଡ଼ିଆରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରିଛନ୍ତି ଯେ, ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍‌ ଇଞ୍ଜିନ୍‌ ହେବାରେ ସାମର୍ଥ୍ୟ ବହନ କରେ। ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି ରାଷ୍ଟ୍ରପତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍‌ କରି ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର ବୋଲି ପ୍ରଧାନମନ୍ତ୍ରୀ କହିବା ସହ ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି।

Exit mobile version